

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚକପାଚିକା ମହାସଂଘ ଅନୁବନ୍ଧିତ ବିଜୁ ଶ୍ରମିକ ସାମୁଖ୍ୟ ଗଞ୍ଜାମ ଜିଲ୍ଲା ସମ୍ମିଳନୀ ସ୍ଥାନୀୟ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟସଭା ସାଂସଦ ସୁବାଷ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରାଜନୀତି ସଚିବ ଡ଼. ଗୋପବନ୍ଧୁ ଦାସ, ରାଜ୍ୟ ନିର୍ମାଣ ଶ୍ରମିକ ବୋର୍ଡ଼ ଅଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ଡ଼. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଓ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଏବଂ ବିଧାୟକ ବିଧାୟିକା ଗଣ ଯୋଗ ଦେଇଥିଲେ । ଏହାସହ ଗଞ୍ଜାମ ଜିଲ୍ଲାର ପାଚକପାଚିକାମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
