

ଛତ୍ରପୁର (ସମୃଦ୍ଧ ଓଡିଶା) ଆଜି ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥା ରୁଷିକୂଲ୍ୟା ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ପୋଲିସ ମାଜିଷ୍ଟ୍ରେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗଂଜାମ ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାୟ, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ପିନାକୀ ମିଶ୍ର, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ.ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ବିଏମସି କମିସନର ଚଳ୍ରବର୍ତ୍ତୀ ସିଂ ରାଠୋର ଅତିରିକ୍ତ ଜିଲ୍ଲାପାଳ ଲକ୍ଷ୍ମୀକାନ୍ତ ସେଠୀ ପ୍ରମୁଖ ମଞ୍ଚାସିନ ଥିଲେ । ଜିଲ୍ଲାର ସମସ୍ତ କାର୍ଯ୍ୟ ନିର୍ବାହୀ ମାଜିଷ୍ଟ୍ରେଟ,ପୋଲିସ ଅଧିକାରୀ, ଫ୍ଲାଇଙ୍ଗ ସ୍କାର୍ଡ ଟିମ, ଷ୍ଟ୍ରାଟିକ ସର୍ଭେଲାନଓ ଟିମର ସଦସ୍ୟମାନେ ଉପସ୍ଥିତ ଥିଲେ । ଜିଲ୍ଲାପାଳ ସାଧାରଣ ନିର୍ବାଚନ ସୁରୁଖୁରୁରେ ସଂପାଦନ କରିବା ପାଇଁ ମାଜିଷ୍ଟ୍ରେଟ ଓ ପୋଲିସ ଅଧିକାରୀମାନଙ୍କ ମଧ୍ୟରେ ସମନ୍ୱୟ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଓ ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ମାଜିଷ୍ଟ୍ରେଟ ଓ ପୋଲିସ ଅଧିକାରୀମାନଙ୍କୁ ବିଭିନ୍ନ ଆଇନ ଆଧାରରେ ଦିଆଯାଇଥିବା ଦାୟୀତ୍ୱ ଉପରେ ଅବଗତ କରାଇଥିଲେ । ବିଏମସି କମିସନର ନିର୍ବାଚନ ଆୟୋଗ ଦ୍ୱାରା ପ୍ରସ୍ତୁତ ସିଭିଜନ ଆପ ଦ୍ୱାରା ନିର୍ବାଚନ ଆଚରଣ ସଂହିତାକୁ କଡାକଡି ଭାବେ ଲାଗୁର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଛି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
