ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ପାରଳାଖେମୁଣ୍ଡି ସହରକୁ ତିନି ଦିନିଆ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଶୁକ୍ରବାର, ଶନିବାର ଓ ରବିବାର ତିନି ଦିନ ପାଇଁ ସଟଡାଉନ ଘୋଷଣା କରିଛି ପ୍ରଶାସନ । ଏହି ସମୟରେ ସ୍ୱାସ୍ଥ୍ୟ ବିଭାଗର ୬୦ଟି ଟିମ ଘର ଘର ବୁଲି ସ୍ୱାସ୍ଥ୍ୟ ଯାଞ୍ଚ କରିବ । ଜିଲ୍ଲାକୁ ଯୋଗାଯୋଗ କରୁଥିବା ସମସ୍ତ ରାୟଗଡ, ଗଞ୍ଜାମ ଓ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର ରାସ୍ତାକୁ ସମ୍ପୂର୍ଣ୍ଣ ଭାବରେ ସିଲ କରିଦିଆଜିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ ।
ରିପୋର୍ଟ : କୃଷ୍ଣ କୁମାର ବେହେରା