

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁରର ହିଲପାଟଣା ସ୍ଥିତ ଏସଏମଆଇଟି କଲେଜ କାର୍ଯ୍ୟାଳୟ ଠାରେ ପୂର୍ବତନ କାଉନସିଲର/କର୍ପୋରେଟର ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆସନ୍ତା ୨୧ ତାରିଖରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ପ୍ରଦୀପ ପାଣିଗ୍ରାହୀ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରିବା ସହ ବ୍ରହ୍ମପୁର ସହରର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିବାକୁ ସ୍ଥିର କରାଯାଇଛି । ଏହି କାର୍ଯ୍ୟକ୍ରମରେ ସଂଘର ସଭାପତି ପି.ଭୀମଡୁ, ଭଗବାନ ଗନ୍ତାୟତ, ଯାମୁଲା ଶଙ୍କର ନାରାୟଣ, ଧବଳ ବେହେରା, ଜଗନ୍ନାଥ ସାବତ, ଏନ.ହରିକୃଷ୍ଣ, ଶିବ ସାହାନୀ, ବିଜୟ କୁମାର ପାଢ଼ୀଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲ ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


