ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଘରୋଇ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ : ଆଶୁ ଆରୋଗ୍ୟ କାମନା କଲେ

ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝୁଛନ୍ତି ନିକଟରେ ତାଙ୍କ ବଡ଼ପୁତ୍ର ରାଜ୍ୟ ଅବକାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରହିଛନ୍ତି

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ଶ୍ରୀ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ। ସେପଟେ ବିଶାଖାପାଟଣାରୁ ମଧ୍ୟ ସମୃଦ୍ଧଓଡିଶା ପରିବାର ବିଶ୍ଵଭୂଷଣଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି  । 

ରିପୋର୍ଟ : ରଜତ ମହାପାତ୍ର