

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ତାଙ୍କ ଅଧ୍ୟକ୍ଷତାରେ ରାଜଧାନୀ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ବୈଠକ ଅନୁଷ୍ଠିତ ହେବ । ସେହି ବୈଠକରେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । କିନ୍ତୁ ରାଜ୍ୟ ବଜେଟ ଅଧିବେଶନ ଥିବାରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସେହି ବୈଠକରେ ଯୋଗ ଦେଇ ପାରିବେ ନାହିଁ ବୋଲି ସୂଚନା ମିଳିଛି । ଏହାସହ ଚାରି ରାଜ୍ୟର କ୍ୟାବିନେଟ ମନ୍ତ୍ରୀ, ସିଏସ ଓ ବରିଷ୍ଠ ଅଧିକାରୀମାନେ ମଧ୍ୟ ସେହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପାଖାପାଖି ୫୦ଟି ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି । ଏତତ୍ ବ୍ୟତୀତ ନକ୍ସଲବାଦ ରୟାଲିଟି ଓ କେନ୍ଦ୍ରୀୟ ଅନୁଦାନ ଉପରେ ଫୋକସ କରାଯିବା ନେଇ ସୂଚନା ରହିଛି ।
ରିପୋର୍ଟ : ଆକାଶ ମିଶ୍ର

