

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ଥାନା ପକ୍ଷରୁ ସଡ଼କ ସୁରକ୍ଷା ଓ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହାସହ ପୁରୁଷୋତ୍ତମପୁର ଏସଡିପିଓ, ପୋଲସରା ବିଡିଓ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀ, ଥାନା ଅଧିକାରୀ, ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଏବଂ ବହୁ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

