

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ଢଉମାଳ ଗ୍ରାମରେ ଓଡିଶା ସରକାରଙ୍କ ଆମ ଗାଁ ଆମ ବିକାଶ ଯୋଜନାର ଢଉମାଳ ଗୋଷ୍ଠି ସାଧନ କେନ୍ଦ୍ର, ଢଉମାଳ ଓ ମାରଧା ଠାରେ ଯାତ୍ରୀ ବିଶ୍ରାମାଗାରର ଉଦଘାଟନ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧକ୍ଷ, ଉପାଦକ୍ଷା, ସରପଞ୍ଚ, ସମିତି ସଭ୍ୟଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ତଥା ଗ୍ରାମବାସୀ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

