

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ୨ଗୋଟି ପଞ୍ଚାୟତର କଣଛାଇ ପଞ୍ଚାୟତ କାର୍ଯ୍ୟାଳୟରେ “ମୋ ନିବେଦନ” ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଓ “ମୋ ଗାଁରେ ତହସିଲ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜନ ସାଧାରଣଙ୍କ ସମସ୍ୟା ଶୀଘ୍ର ସମାଧାନ କରିବା ନିମନ୍ତେ କର୍ମଚାରୀ ମାନଙ୍କୁ ନିର୍ଦ୍ଦେଶ ଦେବା ସହ ୧୦୦ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କରିଥିଲେ । ଏଥିରେ ପୋଲସରା ବିଡ଼ିଓ, ତହସିଲଦାର, ବ୍ଲକ କର୍ମଚାରୀ ଏବଂ ସରପଞ୍ଚ ସମିତି ସଭ୍ୟ ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଦକ୍ଷିଣାଞ୍ଚଳ ବ୍ୟୁରୋ ଚିଫ ନିମାଇଁ ଚରଣ ପଣ୍ଡା

