

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ପାଣ୍ଡିରିପଡା, ଜୋକବନ୍ଧ, ଗୋଛାବାଡି ଗ୍ରାମ ପଞ୍ଚାୟତ ଠାରେ ମୋ ନିଵେଦନ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଓ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ । ଏହି ଅବସରରେ ପୋଲସରା ବିଡ଼ିଓ, ତହସିଲିଦାର, ଏଇଇ, ଜେଇ, ବ୍ଲକ କର୍ମଚାରୀମାନଙ୍କ ସମେତ ସରପଞ୍ଚ ସମିତି ସଭ୍ୟ ଗ୍ରାମ ବାସୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

