

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ କ୍ରୀଡା ଉତ୍ସଵ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ, ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

