

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ମଧୁପଲ୍ଲୀ ଗ୍ରାମପଞ୍ଚାୟତର କୈବର୍ତ୍ତ ସମାଜ ଗୃହ ଉଦଘାଟନ ହୋଇଯାଇଛି . ଏହାକୁ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଉଦଘାଟନ କରିଛନ୍ତି . ଏହି କାର୍ଯ୍ୟକ୍ରମ ପରେ ସେ “ପିଠା” କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସରପଞ୍ଚ, ସମିତି ସଭ୍ୟ, ସମସ୍ତ ସରକାରୀ କର୍ମଚାରୀଙ୍କ ସମେତ ଗ୍ରାମପଞ୍ଚାୟତର ବହୁ ମହିଳା ଓ ପୁରୁଷମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


