

ଛତ୍ରପୁର (ସମୃଦ୍ଧ ଓଡିଶା) ଜିଲ୍ଲାରେ ପୋଲିସ ସହିଦ ସପ୍ତାହ ପାଳନ ଅବସରରେ ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଓ ସେମାନଙ୍କ ସ୍ମୃତି ଚାରଣ ଉଦ୍ଦେଶ୍ୟରେ ଗଞ୍ଜାମ ପୋଲିସ ଜିଲ୍ଲା ପକ୍ଷରୁ ଚଳିତ ମାସ ୨୧ ତାରିଖ ଠାରୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସହିଦ ପୋଲିସ କର୍ମଚାରୀ ମାନଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କାରଯାଉଛି । ଏହି ଅବସରରେ ଛତ୍ରପୁର ଠାରେ ଗଞ୍ଜାମ ପୋଲିସ ପକ୍ଷରୁ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ପୋଲିସ ଫ୍ଲାଗ ଡେ ପାଳନ କରାଯାଇଛି । ଏହାସହ ସହିଦ ପୋଲିସ ମାନଙ୍କୁ ମନେରଖିବା ପାଇଁ ଏକ ଗଣ ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାଏ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ନିଜେ ସେ ଦୌଡ଼ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ ପୋଲିସ କର୍ମଚାରୀ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

