ଭୁବନେଶ୍ଵର (ସମୃଦ୍ଧ ଓଡିଶା) ମମିତା ମେହେର ହତ୍ୟା ଘଟଣାରେ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସରକାରଙ୍କର ଏବଂ ଖୋଦ ମୁଖ୍ୟମନ୍ତ୍ରୀଙ୍କର ଭୂମିକାକୁ ତୀବ୍ର ନିନ୍ଦା କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜେ ଅପରାଧିମାନଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି । ଅପରାଧରେ ସଂଶ୍ଳିଷ୍ଟ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଏ ପର୍ଯ୍ୟନ୍ତ ବରଖାସ୍ତ କରୁନାହାନ୍ତି । ତାଙ୍କ ବିରୋଧରେ ଆପତତଃ ପ୍ରମାଣ ଥାଇ ମଧ୍ୟ ମୋକଦ୍ଦମା ରୁଜୁ କରୁନାହାନ୍ତି । ରାଜ୍ୟରେ ଗୋଟିଏ ପରେ ଗୋଟିଏ ନାରୀ ନିର୍ଯ୍ୟାତନା ଘଟି ଚାଲିଛି । ସମଗ୍ର ରାଜ୍ୟ ଆଜି ଅପରାଧିମାନଙ୍କ ଚରାଭୂଇଁ ପାଲଟିଛି । ଆଇନ କାନୁନକୁ ଭୃକ୍ଷେପ ନାହିଁ । ହତ୍ୟା, ଗଣଦୁର୍ଷମ ମାନବ ଚାଲାଣ ଏବଂ ନିଶା ସାମଗ୍ରୀର କାରବାର ଏ ରାଜ୍ୟରେ ଦ୍ରୁତି ଗତିରେ ବୃଦ୍ଧିପାଇ ଚାଲିଛି । ସତରାଂ ୧୦ ଦିନ ମଧ୍ୟରେ ଯଦି ମୁଖ୍ୟମନ୍ତ୍ରୀ ନିଜ ମନ୍ତ୍ରୀ ମଣ୍ଡଳରୁ ଦିବ୍ୟଶଙ୍କର ମିଶ୍ରଙ୍କୁ ବିଦା ନ କରନ୍ତି, ତାଙ୍କ ବିରୋଧରେ ଫୌଜଦାରୀ ମକୋଦ୍ଦମା ଦାୟର ନ କରନ୍ତି ଏବଂ ତାଙ୍କୁ ଗିରଫ ନ କରନ୍ତି ଏହାର ପ୍ରତିବାଦରେ ଆସନ୍ତା ନଭେମ୍ବର ମାସ ୧୨ ତାରିଖ ଶୁକ୍ରବାର ଦିନ ଓଡ଼ିଶା ବନ୍ଦ କରିବାକୁ କଂଗ୍ରେସ ଦଳ ନିଷ୍ପତି ନେଇଛି ବୋଲି ଆଜି ପ୍ରେସବାର୍ତ୍ତା ଜରିଆରେ ପିସିସି ମୁଖପାତ୍ର ରଜନୀ କୁମାର ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି । ନାରୀର ସମ୍ମାନ ଓ ନାରୀ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ନିଷ୍ପତିକୁ ଓଡ଼ିଶାବାସୀଙ୍କୁ କଂଗ୍ରେସ ତରଫରୁ ପୂର୍ବପ୍ରାଣରେ ସହଯୋଗ କରିବା ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିବେଦନ କରିଛନ୍ତି ।
ରିପୋର୍ଟ : ନିମାଇଁ ଚରଣ ପଣ୍ଡା