
ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଆଜି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ କେରଳରେ ପ୍ରବେଶ କରିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜଣାପଡିଛି । ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ ସାଇକ୍ଲୋନିକ୍ ସର୍କ୍ୟୁଲେସନ୍ ସୃଷ୍ଟି ହେବା ଯୋଗୁଁ ଜୁନ୍ ୧ ତାରିଖ ଦିନ କେରଳରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ ବୋଲି ଆକଳନ କରି ସୂଚନା ଦେଇଥିଲା । ସୂଚନା ଅନୁଯାୟୀ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଆଜି କେରଳରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁର ପ୍ରବାହ ଆରମ୍ଭ ହୋଇଥିବା ଜଣାଇଛନ୍ତି ।