ପ୍ରଶାସନ ପକ୍ଷରୁ ଫନି’ ବିପନ୍ନଙ୍କୁ ସହାୟତା:ଏଡିଏମ୍ ହସ୍ତାନ୍ତର କଲେ ମୁଖ୍ୟମନ୍ତ୍ରୀଙ୍କୁ ୩୦ ଲକ୍ଷ ଟଙ୍କାର ଚେକ୍

ଛତ୍ରପୁର (ସମୃଦ୍ଧ ଓଡିଶା) ‘ଫନି’ ବିପନ୍ନଙ୍କୁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସହାୟତା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩୦ ଲକ୍ଷ ଟଙ୍କା ସହାୟତା କରିଛନ୍ତି । ଗଞ୍ଜାମ ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧନାରେ ଭୁବନେଶ୍ୱର ଠାରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଲକ୍ଷ୍ମୀକାନ୍ତ ସେଠୀ ୩୦ଲକ୍ଷ ଟଙ୍କାର ଏକ ଚେକ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହସ୍ତାନ୍ତର କରିଛନ୍ତି । ଜିଲ୍ଲା ପ୍ରଶାସନର ଏଭଳି କାର୍ଯ୍ୟକ୍ରମକୁ ଜିଲ୍ଲାବାସୀଙ୍କ ସମେତ ବିଭିନ୍ନ ମହଲରେ ପ୍ରଶଂସା କରିଛନ୍ତି । ଭୁବନେଶ୍ୱର, ପୁରୀ, ଖୋର୍ଦ୍ଧା ଏବଂ କଟକର ଫନି ବାତ୍ୟା ପ୍ରପୀଡିତଙ୍କୁ ସହାୟତା ପ୍ରଦାନ ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ହାତ ବଡେଇଛନ୍ତି । ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ୩୦ ଲକ୍ଷ ଟଙ୍କା ୫ ଟି ଟ୍ରକରେ ଜଳ, ଶୁଖିଲା ଖାଦ୍ୟ, ତାର୍ପଲିନ୍ ଏବଂ ଲୁଗାପଟା ସମେତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ପଠାଯାଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ପ୍ରତ୍ୟକ୍ଷ ତତ୍ତ୍ୱାବଧନାରେ ଜିଲ୍ଲାର ବିଭିନ୍ନ  ବିଭାଗର ଅଧିକାରୀଙ୍କ ଠାରୁ ଆରମ୍ଭ କରି ପିଅନ ପର୍ଯ୍ୟନ୍ତ ଏହି ଅଭିଯାନରେ ସାମିଲ ହୋଇଥିଲେ । ଆସନ୍ତା ସୋମବାର ଦିନ ଜିଲ୍ଲା ପ୍ରଶାସନ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟରେ ସହାୟତା ପ୍ରଦାନ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା