

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଏହା ପ୍ରଭାବରେ ଉପକୂଳରେ ଆସନ୍ତାକାଲିଠାରୁ ୩୦ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହା ପ୍ରଭାବରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।