ବଙ୍ଗୋପସାଗରେ ଲଘୁଚାପ ସମ୍ଭାବନା…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ବଙ୍ଗୋପସାଗରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବ ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବା ଆଶଙ୍କା କରାଯାଉଛି । ଏହାର ପ୍ରଭାବରେ ବଙ୍ଗୋପସାଗର ଓ ଆଣ୍ଡାମାନସାଗର ଉପରେ ପାଗ ମେଘୁଆ ରହିବ ।  ସେହିପରି ଆରବସାଗର ଉପରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଦେଖା ଦେଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।