

ଢେଙ୍କାନାଳ (ସମୃଦ୍ଧ ଓଡିଶା) କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ନିରାଡ଼ମ୍ବର ଭାବରେ ଶତାୟୁ, ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ -୨୦୨୩ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ, ଓଡ଼ିଶା ଶିକ୍ଷା ସେବା -୧(କନିଷ୍ଠ) ଙ୍କ ଅବାହକତ୍ବରେ ଓ ମାର୍ଗଦର୍ଶନରେ ସହକାରୀ ଶିକ୍ଷକ ତଥା ଶିଶୁ ବିଜ୍ଞାନ କଂଗ୍ରେସର ରାଜ୍ୟ ପୁରସ୍କାର ପ୍ରାପ୍ତ ଢେଙ୍କାନାଳ ଜିଲ୍ଲା ସଂଯୋଜକ ଡ଼ା. ଦେବୀ ପ୍ରସାଦ ମିଶ୍ରଙ୍କ ସଂଯୋଜନାରେ, ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର, ସଂସ୍କୃତ ଶିକ୍ଷକ ଦୀପ୍ତିଶ କୁମାର ଶତପଥୀ ଓ କଲ୍ୟାଣୀ ବଡ଼ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଓ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ତଥା କର୍ମଚାରୀବୃନ୍ଦଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ଏହି ଉତ୍ସବରେ ବରିଷ୍ଠ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର ସଭାପତିତ୍ୱ କରିଥିଲେ । ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ଶୁଭସ୍ମିତା ସାହୁ, ନବମ ଶ୍ରେଣୀ ଛାତ୍ର ଆଶୁତୋଷ ତ୍ରିପାଠୀଙ୍କ ସମେତ ଅନେକ ଛାତ୍ରୀ, ଛାତ୍ର ସ୍ଵୀୟ ବକ୍ତବ୍ୟରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରି ଓଡ଼ିଶାର ସର୍ବାଙ୍ଗୀନ ବିକାଶରେ ସହଭାଗୀ ହୋଇ ଆଗେଇ ଆସିବାକୁ ଦୃଢ଼ ଆହ୍ୱାନ ଦେଇଥିଲେ । ସଂଯୋଜକ ଡ଼ା. ଦେବୀ ପ୍ରସାଦ ମିଶ୍ର ସ୍ଵୀୟ ସଭାପତିଙ୍କ ଅଭିଭାଷଣରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନର ଆବଶ୍ୟକତା, ଉଦ୍ଦେଶ୍ୟ, ଯଥାର୍ଥତା, ଆଭିମୁଖ୍ୟ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିବା ସଙ୍ଗେ ସଙ୍ଗେ ସେମାନଙ୍କ ଜୀବନୀର ଆଲୋଚନା ଓ ଓଡ଼ିଶାର ଵୀର ପୁରୁଷ ମାନଙ୍କ ଆତ୍ମ ବଳିଦାନର ସ୍ମୃତି ଚାରଣ ହିଁ ଓଡ଼ିଶାର ଅସ୍ମିତା ରକ୍ଷାର ପ୍ରଥମ ସୋପାନ ବୋଲି ଦୃଢ଼ ମତପୋଷଣ କରି ସମସ୍ତେ ଏଥିପାଇଁ ସମ୍ମିଳିତ ଉଦ୍ୟମ ଜାରି ରଖିବାକୁ ଦୃଢ଼ ଆହ୍ୱାନ ଜଣାଇଥିଲେ । ଏହି ଅବସରରେ ବିଦ୍ୟାଳୟରେ ଅବସ୍ଥାପିତ ପଞ୍ଚସଖା, ବ୍ରଜନାଥ ବଡ଼ଜେନା, ନୃସିଂହ କାନୁନଗୋ, ଉତ୍କଳ ଗୌରବ ମଧୁସୂଦନ ଦାସ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଗଣେଶ, ସରସ୍ୱତୀ ଓ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ, ଧୂପ ଦୀପ ଅର୍ପଣ କରାଯାଇ ସମ୍ମିଳିତ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରା ଯାଇଥିଲା । ବିଦ୍ୟାଳୟର ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକ ମାନଙ୍କ ମିଳିତ ମାର୍ଗଦର୍ଶନରେ ବର୍ଣ୍ଣାଢ଼୍ୟ ସାଂସ୍କୃତିକ ଵିଚିତ୍ରା କାର୍ଯ୍ୟକ୍ରମ ପ୍ରଦର୍ଶନ ସମସ୍ତଙ୍କ ଦ୍ୱାରା ବେଶ ଶିକ୍ଷଣୀୟ, ଉପଭୋଗ୍ୟ ଓ ଆନନ୍ଦଦାୟକ ହୋଇପାରିଥିଲା । ଏତଦବ୍ୟତୀତ ବିଦ୍ୟାଳୟର ଦାୟିତ୍ୱରେ ଥିବା ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲ ଓ କଲ୍ୟାଣୀ ବଡ଼ଜେନା, ସମସ୍ତ ପାଚିକା ବୃନ୍ଦ ଓ ବିଦ୍ୟାଳୟର ପରିଚାଳନା କମିଟିର ସମସ୍ତ ସଭ୍ୟ ମାନଙ୍କର ମିଳିତ ସହଯୋଗରେ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାର ଅବସରରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଉପସ୍ଥିତ ସମସ୍ତ ଛାତ୍ରୀଛାତ୍ର ମାନଙ୍କୁ ରନ୍ଧନ ଖାଦ୍ୟ ପରିବେଷଣ କରାଯାଇଥିଲା ଓ ସମସ୍ତେ ତାହାକୁ ଆନନ୍ଦରେ ଗ୍ରହଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ, ଉପସଭାପତି ସୁପ୍ରଭା ସ୍ୱାଇଁ, ସଦସ୍ୟା ଝରଣା ପାତ୍ର, ମୀନା ନାଏକ, ସୀମା ରାଣୀ ସାହୁ, ପ୍ରଭାସିନୀ ସାହୁ, ବିଜୟଲକ୍ଷ୍ମୀ ଜେନା, ଲକ୍ଷ୍ମୀକାନ୍ତ ଜେନା, ଦିଲାବର ହୁସେନ, ବିରଞ୍ଚି ନାଏକ, ବରିଷ୍ଠ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର, ବର୍ତ୍ତମାନ ଶିକ୍ଷାଦାନରେ ପୁନଃ ନିଯୁକ୍ତ ବରିଷ୍ଠ ଅବସର ପ୍ରାପ୍ତ ଶିକ୍ଷକ ସୁଭାଷ କୁମାର ନନ୍ଦ, ସ୍ବର୍ଣ୍ଣମୟୀ ଶତପଥୀ, ଧ୍ୟାନଚାନ୍ଦ ମିଶ୍ର, ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ, ସୁଜାତା ପଣ୍ଡା, ସୁଚିତ୍ରା ସାହୁ, ଅନୁପମା ପଣ୍ଡା, ଡ଼ଃ. ଅନୁପମା ମିଶ୍ର, କିଶୋର ଚନ୍ଦ୍ର ସାମଲ, କିରଣମୟୀ ମାହାଳିକ, ଦିପ୍ତୀଶ କୁମାର ଶତପଥୀ, କଲ୍ୟାଣୀ ବଡ଼ଜେନା, କ୍ଷୀରାବଧିତନୟା ମହାପାତ୍ର, ସ୍ମିତା ପଟ୍ଟନାୟକ, ଅନିତା ସାହୁ, ଶୁଭଶ୍ରୀ ଦେବସ୍ମିତା ରାଉତ, ସୁଜିତ କୁମାର ବାରା, ପ୍ରଫୁଲ୍ଲ କୁମାର ବିଶ୍ବାଳ, ବାସୁଦେବ ରଣା, ମମତା ବେହେରା, ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳର ସହକାରୀ ଶିକ୍ଷକ ଡ଼ା. ଦେବୀ ପ୍ରସାଦ ମିଶ୍ର ଆଜିର ସମସ୍ତ କାର୍ଯ୍ୟକ୍ରମର ସାମଗ୍ରିକ ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ବୋଲି ଶତାୟୁ, ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟର ବରିଷ୍ଠ ସହକାରୀ ଶିକ୍ଷକ ଡ଼ା. ଦେବୀ ପ୍ରସାଦ ମିଶ୍ର ଜଣାଇଛନ୍ତି ।