

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଭାରତୀୟ ଜନତା ପାର୍ଟି କାହ୍ନୁ ଚରଣ ପତିଙ୍କ ଅଧ୍ୟକ୍ଷତାରେ ବ୍ରହ୍ମପୁର ବିଜେପି କାର୍ଯ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । କରୋନା ଯୋଗୁଁ ସାମାଜିକ ଦୂରତା ରକ୍ଷା କରି ଯୋଗ ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ବିଜେପି ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସରେ ସମସ୍ତ ଗଞ୍ଜାମ ବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଭାତ କିରଣ ଷଡ଼ଙ୍ଗୀ, ସୁନୀଲ କୁମାର ସାହୁ, ମଦନ ମୋହନ ପାତ୍ର, ଏନ. ରାଜେନ୍ଦ୍ର କୁମାର, କିରଣ କୁମାର ସାହୁ, ସୁନୀଲ ପାତ୍ର, ଉପେନ୍ଦ୍ର ସାହୁ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା


