ଛତ୍ରପୁର (ସମୃଦ୍ଧ ଓଡିଶା) ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ୪ ଟି ବିଧାନସଭା ଆସନ ପାଇଁ ଗତକାଲି ବହୁ ପ୍ରାର୍ଥୀ ନିଜ ନିଜ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେଥିମଧ୍ୟରେ ବ୍ରହ୍ମପୁର ବିଧାନସଭା ଆସନ ପାଇଁ ବିଜେପି ସଭାପତି କାହ୍ନୁ ଚରଣ ପତି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେ ନିଜର ଶତାଧିକ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ବ୍ରହ୍ମପୁର ଉପଜିଲ୍ଲାପାଳ ଏବଂ ଅତିରିକ୍ତ ଉପଜିଲ୍ଲାପାଳ ରିଟର୍ଣ୍ଣିଂ ଅଫିସର୍ ଦାୟିତ୍ୱରେ ଥିଲେ ତାଙ୍କ ନିକଟରେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା