ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୫୩ତମ ପ୍ରତଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥି ରୂପେ ପ୍ରଫେସର ମନୋଜ ଦାଶ ଯୋଗ ଦେଇଥିଲେ । ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସ, କୁଳସଚିବ ରଞ୍ଜନ କୁମାର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ବିଶିଷ୍ଟ ସାହିତ୍ୟିକ ପ୍ରଫେସର ମନୋଜ ଦାଶଙ୍କୁ ସାହିତ୍ୟ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା । ଲୋକକଳା ଲୋକ ସଂସ୍କୃତିର ନାଟ୍ୟ ଗୁରୁ ନବଘନ ପରିଡ଼ାଙ୍କୁ ଦକ୍ଷିଣ ଓଡ଼ିଶା ଲୋକ ସଂସ୍କୃତି ସମ୍ମାନ ପ୍ରଦାନ କରାଯାଇଥିଲା । ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସମ୍ମାନ ଓ ପଦକ ପ୍ରଦାନ କରାଯାଇଥିଲା । ଏପରି କାର୍ଯ୍ୟକ୍ରମକୁ ଏବଂ ସମ୍ମାନରେ ସମ୍ମାନିତ କରାଯାଇଥିବାରୁ ମନୋଜ ଦାଶ ଓ ନବଘନ ପରିଡ଼ା ବିଶ୍ୱବିଦ୍ୟାଳୟ କର୍ତୃପକ୍ଷଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା