


ଗୋପାଳପୁର (ସମୃଦ୍ଧ ଓଡିଶା) ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମ ଶତବାର୍ଷିକୀ ଆସନ୍ତା ଅକ୍ଟୋବର ୨ରେ ପୁରଣ ହେବାକୁ ଯାଉଥିବା ଅବସରରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଭାରତର ସମ୍ବିଧାନର ମୁଖବନ୍ଧରେ ଅହିଂସାକୁ ସାମିଲ୍ କରିବା ଉଦ୍ଦେଶ୍ୟରେ ଓଡିଶାରେ ଆଜିଠାରୁ ଦସ୍ତଖତ ଅଭିଯାନ ଆରମ୍ଭ କରିଛନ୍ତି । ଗଞ୍ଜାମ ଜିଲ୍ଲାର ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଜିଲ୍ଲା ସଭାପତି ଡଃ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଓଡିଶାର ମାନ୍ୟବର ବାଚସ୍ପତି ଶ୍ରୀ ଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ନିମନ୍ତ୍ରୀତ ଥିଲେ ତତ୍ ସହିତ ବ୍ରହ୍ମପୁର ଲୋକସଭା ସାଂସଦ ଶ୍ରୀ ଚନ୍ଦ୍ର ଶେଖର ସାହୁ, ଆସ୍କା ସାଂସଦ ଶ୍ରମତୀ ପ୍ରମିଳା ବିଷୋୟୀ, ଜିଲ୍ଲାର ସମସ୍ତ ବିଧାୟକ ଏବଂ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିବୃନ୍ଦ ଉପସ୍ଥିତ ଥିଲେ । ପ୍ରଥମେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ର ଶେଖର ସାହୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମହତ୍ତ୍ୱପୂର୍ଣ୍ଣ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ । ତାପରେ ମାନ୍ୟବର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗାନ୍ଧିଜୀଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ତାପରେ ଅହିଂସା ରଥକୁ ବାଚସ୍ପତିଙ୍କ ଦ୍ୱାରା ଉଦଘାଟନ କରାଯାଇଥିଲା ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା









