


ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ଗଜପତି ଜିଲ୍ଲା ରାୟଗଡ ବ୍ଳକ ସ୍ଥିତ ହାଇସ୍କୁଲ ପଡିଆ ଠାରେ ମହେନ୍ଦ୍ର ମହୋଉତ୍ସବ ଉଦଘାଟନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟିତ କରିଥିଲେ । ବ୍ଲକ ଅଧ୍ୟକ୍ଷ ଧନେଶ୍ୱର ଭୂୟାଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପାରଳା ବିଧାୟକ କେ ନାରାୟଣ ରାଓ, ବିଡିଓ ଲୁକାଶ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନୀତା ରାଣୀ ବେହେରା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଆର. ବିଜୟ କୁମାର, ଜିଲ୍ଲା ପରିଷଦ ସଭ୍ୟ ଜାକୋବ ମାଝୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଜିଲ୍ଲା ସ୍ତରୀୟ ଗଜପତି ଉତ୍ସବ ପାଇଁ ଏହି ବ୍ଲକରେ ଏକ ସହୃଦୟପୂର୍ଣ୍ଣ ଆୟୋଜନ କରାଯାଇଥିବା ଦେଖିବାକୁ ମିଳିଥିଲା । ଏହି ମହୋଉତ୍ସବ ଦୁଇ ଦିନ ଧରି ଚାଲିବାର କାର୍ଯ୍ୟକ୍ରମ ରହିଥିବା ବେଳେ ପ୍ରଥମ ଦିନରେ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ଶେଷରେ ବିଭିନ୍ନ ଅନୁଷ୍ଠାନର ସାଂସ୍କୃତିକ ଦଳ ଓ ପରମ୍ପରା ନୃତ୍ୟ ଅନୁଷ୍ଠାତ ହୋଇଥିଲା ।
ରିପୋର୍ଟ : କୃଷ୍ଣ କୁମାର ବେହେରା

