



ବାଣପୁର(ସମୃଦ୍ଧଓଡିଶା) ଆଜି ବାଣପୁର ବ୍ଲକ ଦାମିଆ ବରବରା ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ବୀଣାପାଣି ଷଣ୍ଢ,ନାଏବ ସରପଞ୍ଚ ଶ୍ରୀ ବନବାସ ଶବର, ସଂଗଠକ ଶ୍ରୀ ପ୍ରଦୀପ କୁମାର ଷଣ୍ଢ ଏବଂ ଓ୍ବାର୍ଡ଼ ମେମ୍ବର, ବିଜେଡ଼ି ପଞ୍ଚାୟତ ସଭାପତିଙ୍କ ସମେତ ଶତାଧିକ ବିଜେଡ଼ି କର୍ମୀ ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ,ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ବଳିଷ୍ଠ ନେତୃତ୍ୱ, ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚ଼ରଣ ମାଝି ଙ୍କ ବିକାଶ ମୂଳକ କାର୍ଯ୍ୟକଳାପରେ ଅନୁପ୍ରାଣିତ ହୋଇ ନାଚୁଣୀ ସ୍ଥିତ ଭାଜପା କାର୍ଯ୍ୟାଳୟ ଠାରେ ଆୟୋଜିତ ମିଶ୍ରଣ ପର୍ବରେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ୍ ହେଲେ। ଲୋକଙ୍କ ସ୍ଵର ସାଜି ଆଗାମୀ ଦିନରେ ତୃଣମୂଳସ୍ତରରେ ଦଳର ସଙ୍ଗଠନ ସୁଦୃଢ଼ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହୋଇଛନ୍ତି। ଏହି ଯୋଗଦାନ ଲୋକଙ୍କ ସେବା, କଲ୍ୟାଣମୂଳକ କାର୍ଯ୍ୟ ସହ ବିକଶିତ ଚିଲିକା ଗଠନ ଦିଗରେ ଆମ ସଂକଳ୍ପକୁ ଆହୁରି ଦୃଢ଼ କରିବ। ଏହି ମିଶ୍ରଣ ପର୍ବରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଶ୍ରୀ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ ଶ୍ରୀ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଳକ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋତ୍ସ୍ନାରାଣୀ ବେହେରା, ବିରିଜାଈ ମଣ୍ଡଳ ଭାଜପା ସଭାପତି ଶ୍ରୀ ଜିତେନ୍ଦ୍ର କୁମାର ଭୋଳଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
ରିପୋର୍ଟ : ରଜତ ମହାପାତ୍ର