ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ହିଲପାଟଣା ସ୍ଥିତ ସଂସ୍କୃତିଭବନ ଠାରେ ସ୍ଥାପନ ହୋଇଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ରହ୍ମପୁର ବିଧାୟକ ଡ଼ା.ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବ୍ରହ୍ମପୁର ସାଂସଦ ସିଦ୍ଧାନ୍ତ ମହାପାତ୍ର, ବିଡ଼ିଏ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶିକା ତଥା ଯୁଗ୍ମ ଶାସନ ସଚିବ ସଂଘମିତ୍ରା ଶତପଥୀ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ବିଜୟ କୁମାର ନାୟକ, ଗଞ୍ଜାମ ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ, ବ୍ରହ୍ମପୁର ପାଇକାରୀ ଭଣ୍ଡାର ସଭାପତି ସୁଧିର କୁମାର ରାଉତ, ଦୈନିକ ଆଶା ସଂପାଦକ ପ୍ରମଦ କୁମାର ପଣ୍ଡା, ମହାନ ସଙ୍ଘ ସଭାପତି ସୁଶାନ୍ତ କୁମାର ସାବତ ଓ ମହାନଗର ବିଜେଡ଼ି ସଭାପତି ବିଜୟ ଚନ୍ଦ୍ର ସାମଲ ଯୋଗ ଦେଇଥିଲେ । ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ୧୨ ଲକ୍ଷ ଟଙ୍କା ବ୍ୟୟରେ କବି ସମ୍ରାଟଙ୍କ ଏହି ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ନିର୍ମାଣ ହୋଇଥିବା ଜଣାପଡ଼ିଛି ।

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା