

ଛତ୍ରପୁର (ସମୃଦ୍ଧ ଓଡିଶା) କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ପରିସରରେ ରାଜ୍ୟସ୍ତରୀୟ କବିସୂର୍ଯ୍ୟ ବଳଦେବ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଓଡିଶା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । କବିସୂର୍ଯ୍ୟନଗର ବିଧାୟିକା, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ସୋରଡ଼ା ବିଧାୟକ ଏବଂ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ । ଏହାସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା ଓ ଆଶୁତୋଷ ପଟ୍ଟନାୟକ

