

ଢେଙ୍କାନାଳ (ସମୃଦ୍ଧ ଓଡିଶା) ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଲାଉଲଇ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ପ୍ରତିଭା ଉତ୍ସବ ମହାସମାରୋହରେ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ସଭାପତି କ୍ଷିତୀଶ ଚନ୍ଦ୍ର ରାଉତ ପ୍ରଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏଥିରେ ବିଭିନ୍ନ ବିଦ୍ୟାଳୟରୁ ୧୪୦ଜଣ ଛାତ୍ରଛାତ୍ରୀ ଓ ୧୫ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ଦୁଇଟି ବିଭାଗରେ ତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, ପ୍ରଶ୍ନଗୁଚ୍ଛ, ସୃଜନଶୀଳ ଲିଖନ, ବକୃତା, ଏକକ କଣ୍ଠ ସଙ୍ଗୀତ, ଶୃତଲିଖ ଓ ହସ୍ତାକ୍ଷର, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ମଧ୍ୟାହ୍ନ ଭୋଜନ ଚିତ୍ରକଳା ଓ ହସ୍ତକଳାରେ ପ୍ରତିଯୋଗିତାମାନ କରାଯାଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କ୍ଷିତୀଶ ଚନ୍ଦ୍ର ରାଉତ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରପ୍ରସାଦ ସେଠି, ସାଧନକେନ୍ଦ୍ର ସଂଯୋଜକ ବିଚିତ୍ରନନ୍ଦ ଦାସ ଓ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ତଥା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି

