

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ଲିଙ୍ଗରାଜ ବଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ-୨୦୧୯ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ । ଏହାସହ ଏହି ଅବସରରେ ତହସିଲଦାର, ବିଇଓ, ଏବିଇଓ, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ସମସ୍ତ ଛାତ୍ରୀମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ

