

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚମ ଥର ପାଇଁ ସରକାର ଗଢିବା ନିମନ୍ତେ ଶପଥ ଗ୍ରହଣ କରିଛନ୍ତି । ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍ ଯୋଗଦେଇ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଆଜିର ଏହି ଶପଥ ପାଠ ପ୍ରଥମ ଥର ପାଇଁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜନ କରାଯାଇଥିଲା । ଏହି ସମୋରୋହରେ ବିଜେଡିର ୨୦ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେଇଛନ୍ତି । ଏହି ସମାରୋହରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଓ ଭଉଣୀ ଗୀତା ମେହେଟ୍ଟା, ବିଜୁ ଜନତା ଦଳର ନବ ନିର୍ବାଚିତ ବିଧାୟକ ଓ ସାଂସଦମାନେ, କଂଗ୍ରେସ ନେତା ନରସିଂହ ମିଶ୍ର ଓ ତାରା ପ୍ରସାଦ ବାହିନୀପତି, ଶିଳ୍ପପତି ଓ କଳାକାର, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ. କାର୍ତ୍ତିକେୟନ ପାଣ୍ଡିଆନ ଯୋଗ ଦେଇଥିଲେ ।
ରିପୋର୍ଟ : ଆକାଶ ମିଶ୍ର








