

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଶିଶୁ ଦିବସ ଅବସରରେ ଗଞ୍ଜାମ ସହରର ହୋପ ଟାଏକୋଣ୍ଡୋ ଏକାଡେମୀ ପକ୍ଷରୁ ସ୍ଥାନୀୟ ଭାରତୀ ବିଦ୍ୟାପୀଠ ସମ୍ମିଳନୀ କକ୍ଷରେ ୩ୟ କଲର ଵେଲ୍ଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏକାଡେମୀ ପ୍ରଶିକ୍ଷକ ସିଏଚ ପ୍ରସାଦ ନାୟକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ପ୍ରତିଯୋଗିତାରେ ଆନ୍ତର୍ଜାତିକ ରେଫରୀ ତଥା ରାଜ୍ୟ ସଂପାଦକ କେ ମନୋଜ ପ୍ରଧାନ ପରୀକ୍ଷକ ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ପରୀକ୍ଷା କରି ଆବଶ୍ୟକ ପରାମର୍ଶ ଦେଇଥିଲେ । ହୋପ ଟାଏକୋଣ୍ଡୋ ଏକାଡେମୀର ସଭାପତି ଡି. ଗୋବିନ୍ଦ ରେଡ୍ଡୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଟାଏକୋଣ୍ଡୋ ଜିଲ୍ଲା ସଭାପତି ଶ୍ରୀକାନ୍ତ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତି ପ୍ରତିଯୋଗୀମାନଙ୍କୁ ସାର୍ଟିଫିକେଟ ବଣ୍ଟନ କରିଥିଲେ । ଗଞ୍ଜାମ ଟାଏକୋଣ୍ଡୋ ଏକାଡେମୀର କୋଚ ଇ. ଲଳିତ କୁମାର, ସଭାପତି ଅରୁଣ ରାଉଳ, ଦିଗପହଣ୍ଡି ଟାଏକୋଣ୍ଡୋ ଏକାଡେମୀର କୋଚ ବାସୁ ନାୟକ, ଶ୍ୟାମାକାଳୀ ଯୁବ ସଂଘ ସଭାପତି ଏସ ଯୁଧିଷ୍ଠିର ରେଡୀ ମଞ୍ଚାସୀନ ଥିଲେ । ଏହି ପରୀକ୍ଷାରେ ୮୦ ଜଣ ପ୍ରଶିକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
