

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା ସରଣ ଶ୍ରୀକ୍ଷେତ୍ର ମାର୍ଦ୍ଦା ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ସତ୍ୟସାଇ ସେବା ସଙ୍ଗଠନ ତରଫରୁ ଜିଲ୍ଲାସ୍ତରୀୟ ମହାଭାତୃତ୍ୱ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏହି ଅବସରରେ ସେବା ସଙ୍ଗଠନର କର୍ମକର୍ତ୍ତାଙ୍କ ସମେତ ବହୁ ଶ୍ରଦ୍ଧାଳୁ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ

