ବିଶାଖାପାଟଣା(ସମୃଦ୍ଧ ଓଡିଶା)ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିଝଡ଼ ‘ପେଥାଇ’ ଧୀରେ ଧୀରେ ଘନୀଭୂତ ହୋଇ କାଲି ସୁଦ୍ଧା ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି ସୂଚନା ମିଳିଛି। ଆସନ୍ତାକାଲି ଅପରାହ୍ନ ସୁଦ୍ଧା ଆନ୍ଧ୍ର ପ୍ରଦେଶର ମଛଲିପଟ୍ଟନମ୍ ଓ କାକିନାଡ଼ା ମଧ୍ୟରେ ପେତାଇ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସ୍ଥଳଭାଗ ଛୁଇଁବା ପରେ ଏହା ଦୁର୍ବଳ ହୋଇଯିବ ‘ପେଥାଇ’ ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ଆନ୍ଧ୍ର ଓ ଉତ୍ତର ତାମିଲନାଡୁରେ ପ୍ରବଳ ବର୍ଷା ହେବ। ଓଡ଼ିଶା ଓ ଛତିଶଗଡ଼ରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ‘ପେତାଇ’ ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ଗତି କରୁଛି। ଆଜି ଦିନ ସାଢ଼େ ୧୨ଟା ସୁଦ୍ଧା ଏହା ଚେନ୍ନାଇରୁ ୪୩୦କିଲୋମିଟର ଓ ଆନ୍ଧ୍ରପ୍ରଦେଶ ମଛଲିପଟ୍ଟନମଠାରୁ ୫୬୦ କିଲୋମିଟର ଦୂରରେ ଥିଲା ‘‘ପେଥାଇ’’ ।