

ଭଞ୍ଜନଗର (ସମୃଦ୍ଧ ଓଡିଶା) ଭାରତୀୟ ପାଣିପାଗ ବିଭାଗର ସୂଚନା ପ୍ରକାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ୨ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଶନିବାର ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଉପଖଣ୍ଡର ବିଭିନ୍ନ ଅଞ୍ଚଳ ବୁଲି ପ୍ରସ୍ତୁତି ତଦାରଖ କରିଛନ୍ତି । ଉପଖଣ୍ଡର ଧରାକୋଟ ବ୍ଲକର ଜାନିବିଲି ଚେକ୍ଡ୍ୟାମ ଅଂଚଳ, ତଳିଆଞ୍ଚଳ ଓ ଆସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ବୁଲି ଦେଖିବା ସହ ପଦାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ବିଶେଷ କରି ସୋରଡା, ଶେରଗଡ଼, ଧରାକୋଟ ପ୍ରତି ଅଧିକ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓଡ୍ରାଫ, ମେଡିକାଲ ଟିମ ଓ ରିଲିଫ ସାମଗ୍ରୀ ମହଜୁଦ ରଖିବାକୁ କୁହାଯାଇଛି ।
