

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ନୀଳକଣ୍ଠନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ଵିତୀୟ ବର୍ଷ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଗତ ଗୁରୁବାର ଦିନ ନିଷ୍କ୍ରମଣ ଉତ୍ସବ ଆୟୋଜିତ ହୋଇଯାଇଛି । ଏଥିରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦକ୍ଷିଣାଞ୍ଚଳ ଉପସଚିବ ଡ. କୁଳମଣି ଓଝା ମୁଖ୍ୟଅତିଥି ରୂପେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ । ଏହାସହ ପରିଚାଳନା ସମିତି ସଭାପତି ଡ. ଶ୍ରୀକାନ୍ତ ମହାପାତ୍ର, +୨ ଅଧ୍ୟକ୍ଷ ଏସ. ମୋହନ ରାଓ, +୩ ଅଧ୍ୟକ୍ଷ ଡ. ସୁବ୍ରତ ପାଣିଗ୍ରାହୀ, ବିଦ୍ୟା ମନ୍ଦିର ପ୍ରଧାନାଚାର୍ଯ୍ୟ ଉମାଧବ ମହାନ୍ତି ମଞ୍ଚାସୀନ ରହିଥିଲେ । ଏହି କାର୍ଯ୍ୟକ୍ରମରେ ପରିଚାଳନା ସମିତିର କାର୍ଯ୍ୟକର୍ତ୍ତାମାନଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା