

ଛତ୍ରପୁର (ସମୃଦ୍ଧ ଓଡିଶା) ଆସନ୍ତା ୨୨ତାରଖରେ ହେବାକୁ ଥିବା ସୁରତରେ ଓଡିଶା ମହୋତ୍ସବର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆସ୍କା ଲୋକସଭା ସାଂସଦ ପ୍ରମିଳା ବିଷୋୟୀ, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଏବଂ ଗଞ୍ଜାମ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୋନମ ପଲେଇଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଏହି ଓଡିଶା ମହୋତ୍ସବ ଆସନ୍ତା ୨୨ ତାରିଖ ଦିନ ଅପରାହ୍ନ ୩ ଟା ସମୟରେ ଆରମ୍ଭ କରାଯାଇ ରାତି ୧୦ଟା ସୁଦ୍ଧା କାର୍ଯ୍ୟକ୍ରମକୁ ଶେଷ କରାଯିବ ଏବଂ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଯିବ ବୋଲି ସୂଚନା ଦିଆଯାଇଛି ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା