

ଢେଙ୍କାନାଳ (ସମୃଦ୍ଧ ଓଡିଶା) ସ୍ଥାନୀୟ ସୁଲକ୍ଷଣା ଦେବୀ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ମହାସମାରୋହରେ ୭୩ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିନତୀ ଦେହୁରୀ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ଏହି ଦିବସର ତାତ୍ପର୍ଯ୍ୟ ସମ୍ବନ୍ଧରେ ଶ୍ରୀମତୀ ଦେହୁରୀ ପିଲାମାନଙ୍କୁ ଉଦବୋଧନ ଦେଇଥିଲେ । ଏନସିସି, ଗାଇଡ଼, ରେଡକ୍ରସ ଏବଂ ସିଭିଲ ଦଳ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କୁ ମିଷ୍ଟାନ ବଣ୍ଟନ କରାଯାଇ କାର୍ଯ୍ୟକ୍ରମକୁ ଶେଷ କରାଯାଇଥିଲା ।
ରିପୋର୍ଟ : ଶୁଭମ କୁମାର ପାଣି