

ବ୍ରହ୍ମପୁର (ସମୃଦ୍ଧ ଓଡିଶା) କରୋନା ମହାମାରୀ ସମୟରେ ରକ୍ତ ଅଭାବରୁ ରାଜ୍ୟରେ ବହୁ ନିରୀହ ରୋଗୀ ମୃତ୍ୟୁମୁଖରେ ପଡି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସମୟରେ ରକ୍ତ ଅଭାବକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଓଡିଶା ମୋ ପରିବାର ଏବଂ ଜୀବନ ବିନ୍ଦୁ ପକ୍ଷରୁ ରକ୍ତ ସଂଗ୍ରହ ଅଭିଯାନ ଜାରି ରଖାଯାଇଛି । ଏହି କ୍ରମରେ ଗତକାଲି ୭୪ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଲାଞ୍ଜିପଲ୍ଲୀ ଦିଲ୍ଲୀ ପବ୍ଲିକ ସ୍କୁଲ ଠାରେ ଗୋପାଳପୁର ବିଧାୟକ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ତତ୍ୱାବଧାନରେ ରକ୍ତଦାନ ଶିବିର ଆୟୋଜିତ କରାଯାଇଥିଲା । ଏଥିରେ ୨୬ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ଏହି ଅବସରରେ ଗୋପାଳପୁର ବିଧାୟକ ମହାମାରୀ ସମୟରେ ରକ୍ତ ଅଭାବକୁ ଦୂର କରିବା ପାଇଁ ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରି ସାହାସୀକତାର ପରିଚୟ ଦେଇଥିବା ସମସ୍ତ ରକ୍ତଦାତାମାନଙ୍କୁ ହାର୍ଦିକ ଅଭିନନ୍ଦନ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଗୋପାଳପୁର ନିର୍ବାଚନ ମଣ୍ଡଳୀର ସମସ୍ତ ବିଜୁ ଜନତା ଦଳ କର୍ମୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା


