ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ ହୋଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅନୁଗୁଳ ଜିଲ୍ଲାପାଳ ଅନିଲ କୁମାର ସାମଲଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ବଦଳି କରାଯାଇଛି । ସେହିଭଳି ଝାରସୁଗୁଡା ଜିଲ୍ଲାପାଳ ବିଭୁତି ଭୁଷଣ ପଟ୍ଟନାୟକଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଏବେ ଅର୍ଚ୍ଚନା ପଟ୍ଟନାୟକ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି । ଜଗତସିଂହପୁର ଜିଲ୍ଲାପାଳ ଜାମିନୀ ଷଢଙ୍ଗୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି ଓ ରାୟଗଡା ଜିଲ୍ଲାପାଳ ଗୁହା ପୁନମ ତାପସ କୁମାରଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ କରାଯାଇଛି । ସେହିପରି ସମ୍ବଲପୁର ଜିଲ୍ଲାପାଳ ସ୍ମାରଥ ବର୍ମାଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ, ବିଏମସି କମିଶନର ଥିବା ଶୁଭମ ସକ୍ସେନାଙ୍କୁ ସମ୍ବଲପୁର ଜିଲ୍ଲାପାଳ ଭାବେ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ବିଭୁତି ଭୁଷମ ଦାସଙ୍କୁ ଝାରସୁଗୁଡା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଏଥିସହିତ ପୂର୍ତ୍ତ, ଖଣି ଓ ଇସ୍ପାତ ସଚିବଙ୍କ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ ହୋଇଥିବା ପ୍ରମୋଦ କୁମାର ବେହେରାଙ୍କୁ ରାୟଗଡା ଜିଲ୍ଲାପାଳ ଭାବେ ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷର ସଚିବ ମନୋଜ କୁମାର ମହାନ୍ତିଙ୍କୁ ଅନୁଗୁଳ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।